ବାଦିବାହାଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଦିବାହାଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ,
ଶୁଭମ ବାର୍ତ୍ତା :- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ବାଦିବାହାଲ୍ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାଗିରଥି ବେରୁକ୍ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କମର୍ଦ୍ଧା ପଞ୍ଚାୟତ ର ସମିତି ସଭ୍ୟା ଶ୍ରୀମତୀ ସୁଶୀଳା ମାଝୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ସୁରେନ୍ଦ୍ର କୁମାର୍ ପାଢ଼ୀ, ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ସର୍ବେଶ୍ଵର ମାଝୀ, ୱାର୍ଡ ମେମ୍ବର ପଙ୍କଜିନୀ ମାଝୀ, ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟାନନ୍ଦ ଵେରୁକ୍, ରାୟଗଡ଼ା ଜିଲ୍ଲା କେରେବା SSD ହାଇସ୍କୁଲ ର ଶିକ୍ଷକ ଚିରଞ୍ଜିବୀ ବେରୁକ୍, ଶିକ୍ଷୟିତ୍ରୀ ପୁଷ୍ପଲତା କୁମାର୍,ସିନି ଟାଟା ଷ୍ଟିଲ ଫିଲ୍ଡ କୋଡ଼ିନେଟର୍ ସ୍ମୃତି ରାଣୀ ସାମଲ୍ ଓ ସ୍କୁଲ୍ ସଭାପତି କାର୍ତ୍ତିକ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଶିକ୍ଷକ ଲଳିତ ମୋହନ ଭୋଇ ମଞ୍ଚ ପରିଚାଳନା କରିଥିବା ବେଳେ ମସ୍କାଗୁଡ଼ା CRCC ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ପଧାନ୍ ମୁଖ୍ୟ ବକ୍ତା ଭାବେ ତାଙ୍କର ବକ୍ତବ୍ୟ ପ୍ରଦାନ୍ କରି ଥିଲେ। ଏହି କାର୍ଯ୍ୟକ୍ରମ ରେ ସ୍କୁଲ୍ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜନ କରି କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିବା ସହିତ ସ୍କୁଲ୍ ର ପୂର୍ବତନ ଛାତ୍ର ଛାତ୍ରୀ ମାନଙ୍କୁ ମଧ୍ୟ ଉପୋଢୋକନ୍ ସହିତ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଓ ଅଭିଭାବକ ମାନଙ୍କ ସହିତ ସ୍ଥାନୀୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଶିକ୍ଷକ ଭୋଦେବ ନିଆଲ୍, ରାଜ୍ କିଶୋର୍ ସାହୁ, ଓ ବୁଲେସ୍ କୁମାର୍ ସାହୁ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳତା ର ସହ ସମାପନ ହୋଇଥିଲା।
ନର୍ଲା ରୁ ଜଗତ ରାମ୍ ସାହୁଙ୍କ ରିପୋର୍ଟ ଶୁଭମ୍ ବାର୍ତ୍ତା
What's Your Reaction?






