ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ,

Sep 24, 2024 - 13:38
 0  67
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ,

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ 

ଧର୍ମଗଡ ୨୩/୦୯: ଶୁଭମ ବାର୍ତ୍ତା (ଜନ୍ମେଜୟ ନାଏକ )। କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର କୋକସରା ବ୍ଲକ ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। କୋକସରା ବିଡ଼ିଓ ସ୍ନେହାପ୍ରଭା ମାଝୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଧର୍ମଗଡ଼ ଉପ ଜିଲ୍ଲାପାଳ ଧୀମାନ ଚକମା, କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଅଧିକାରୀ ସିଡିଓ ଦୟାମୟ ପାଢ଼ୀ,କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ,ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ସମେତ ଜିଲ୍ଲାର ସ୍ୱାସ୍ଥ୍ୟ, ଶିକ୍ଷା, ଗ୍ରାମ୍ୟ ଉନ୍ନୟନ, ପୁର୍ତ୍ତ ବିଭାଗ,ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶଶକ୍ତିକରଣ ବିଭାଗ,ଶିଶୁ ପ୍ରକଳ୍ପ ବିଭାଗ,ଜଳସେଚନ ବିଭାଗ, ବିଦ୍ୟୁତ ବିଭାଗ,କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ,ସମାଜ ମଙ୍ଗଳ ବିଭାଗ, ଜଳ ଯୋଗାଣ ବିଭାଗ, ମତ୍ସ୍ୟ ବିଭାଗ,ଜଙ୍ଗଲ ବିଭାଗ ସମେତ ଅନ୍ୟ ବିଭାଗର ଜିଲ୍ଲାର ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। ଏହି ଅଭିଯୋଗ ଶୁଣାଣି ଶିବିରରେ କୋକସରା ବ୍ଲକର ୨୨ ଟି ପଞ୍ଚାୟତରୁ ଅଭିଯୋଗ ନେଇ ଆସିଥିବା ହିତାଧିକାରୀ ମାନେ ନିଜର ଅଭିଯୋଗ ପଞ୍ଜିକରଣ କରିବା ପରେ ଜିଲ୍ଲାପାଳଙ୍କୁ ଅଭିଯୋଗ ପତ୍ର ଦାଖଲ କରିଥିଲେ। ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ ଅଭିଯୋଗ କାରୀଙ୍କ ଅଭିଯୋଗ ଶୁଣିବା ସହ ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ ସମାଧାନ କରିବାକୁ ଘଟଣା ସ୍ଥଳରେ ନିର୍ଦ୍ଦେଶ ଦେଇଥିଲେ।ଶିବିରରେ ମୋଟ ୧୦୮ ଗୋଟି ଅଭିଯୋଗ ଉପରେ ଜିଲ୍ଲାପାଳ ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ।ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ବ୍ଲକ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ଜିପିଡ଼ିଓ ବିରଞ୍ଚି ଖର୍ସେଲ,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା,ଯୋଗାଣ ଅଧିକାରୀ ଜଗାରାମ ମୂର୍ମୁ, କନିଷ୍ଠ ଯନ୍ତ୍ରୀ କୀର୍ତ୍ତି ବେହେରା, ଅଜୟ ସେନାପତି, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏଡିଓ ସମେତ ବ୍ଲକ କର୍ମଚାରୀ ମାନେ ଉପସ୍ଥିତ ରହି ଜନ ଶୁଣାଣୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

What's Your Reaction?

like

dislike

love

funny

angry

sad

wow